ଯୋହନ 10

ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।

John 10:23 (UKJV) And Jesus walked in the temple in Solomon's porch.

21ଅନ୍ୟମାନେ କହିଲେ, ଏହିସବୁ କଥା ତ ଭୂତ ଲାଗିଥିବା ବ୍ୟକ୍ତିର ନୁହେଁ; ଭୂତ କଅଣ ଅନ୍ଧବ୍ୟକ୍ତିର ଆଖି ଫିଟାଇପାରେ?

22ସେତେବେଳେ ଯିରୂଶାଲମ ସହରରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,

23ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।

24ସେଥିରେ ଯିହୁଦୀ ଲୋକମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ।

25ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.