22ସେତେବେଳେ ଯିରୂଶାଲମ ସହରରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,
23ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।
24ସେଥିରେ ଯିହୁଦୀ ଲୋକମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ।
25ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;
26କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ।