27ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
28ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
29ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ।
30ମୁଁ ଓ ପିତା ଏକ।
31ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।