ଯୋହନ 10

ମୁଁ ଓ ପିତା ଏକ।

John 10:30 (UKJV) I and my Father are one.

28ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।

29ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ।

30ମୁଁ ଓ ପିତା ଏକ।

31ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।

32ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.