33ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ବର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ବର ବୋଲାଉଥିବାରୁ ପଥର ଫୋପାଡ଼ୁଅଛୁ।
34ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ?
35ଯେଉଁମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ବରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇପାରେ ନାହିଁ),
36ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?
37ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;