36ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?
37ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
38କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”
39ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।
40ଏଥିଉତ୍ତାରେ ସେ ପୁନର୍ବାର ଯର୍ଦ୍ଦନ ନଦୀର ଆରପାରିକୁ ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ।