ଯୋହନ 10

ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।

John 10:39 (UKJV) Therefore they sought again to take him: but he escaped out of their hand,

37ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;

38କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”

39ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।

40ଏଥିଉତ୍ତାରେ ସେ ପୁନର୍ବାର ଯର୍ଦ୍ଦନ ନଦୀର ଆରପାରିକୁ ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ।

41ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହିସବୁ ସତ୍ୟ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.