5କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ।”
6ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହିସବୁ କଅଣ ବୋଲି ସେମାନେ ବୁଝିଲେ ନାହିଁ।
7ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।
8ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।
9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।