7ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।
8ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।
9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି।
11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।