8ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀ ଲୋକମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?
9ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
10କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ।”
11ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।”
12ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ।