12ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ।
13ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ।
14ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟ ରୂପେ କହିଲେ, “ଲାଜାର ମରିଯାଇଅଛନ୍ତି;
15ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାହାଙ୍କ ନିକଟକୁ ଯିବା।”
16ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।