14ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟ ରୂପେ କହିଲେ, “ଲାଜାର ମରିଯାଇଅଛନ୍ତି;
15ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାହାଙ୍କ ନିକଟକୁ ଯିବା।”
16ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।
17ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି।
18ବେଥନୀୟା ଯିରୂଶାଲମ ସହରରୁ ପ୍ରାୟ ଏକ କ୍ରୋଶ ଦୂରରେ ଥିଲା,