16ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା।
17ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି।
18ବେଥନୀୟା ଯିରୂଶାଲମ ସହରରୁ ପ୍ରାୟ ଏକ କ୍ରୋଶ ଦୂରରେ ଥିଲା,
19ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।
20ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ।