ଯୋହନ 11

ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭ ଭାଇ ପୁଣି, ଉଠିବ।”

John 11:23 (UKJV) Jesus says unto her, Your brother shall rise again.

21ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାଆନ୍ତା।

22କିନ୍ତୁ ଆପଣ ଈଶ୍ବରଙ୍କୁ ଯାହା କିଛି ମାଗିବେ, ଈଶ୍ବର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ।

23ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭ ଭାଇ ପୁଣି, ଉଠିବ।”

24ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ।

25ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.