24ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ।
25ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
26ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?”
27ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ବରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ।
28ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି।