28ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରୀୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି।
29ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ।
30ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ।
31ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ।
32ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା।