ଯୋହନ 11

ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା।

John 11:32 (UKJV) Then when Mary was come where Jesus was, and saw him, she fell down at his feet, saying unto him, Lord, if you had been here, my brother had not died.

30ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ।

31ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ।

32ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାଆନ୍ତା।

33ଅତଏବ, ଯୀଶୁ ତାହାଙ୍କୁ ଓ ତାହାଙ୍କ ସହିତ ଆସିଥିବା ଯିହୁଦୀ ଲୋକମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଉତ୍ତେଜିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଙ୍କଳ୍ପରେ ପଚାରିଲେ,

34“ତାଙ୍କୁ କେଉଁଠାରେ ରଖିଅଛ?” ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ଆସି ଦେଖନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.