34“ତାଙ୍କୁ କେଉଁଠାରେ ରଖିଅଛ?” ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ଆସି ଦେଖନ୍ତୁ।
35ଯୀଶୁ କାନ୍ଦିଲେ।
36ସେଥିରେ ଯିହୁଦୀ ଲୋକମାନେ କହିଲେ, ଦେଖ, ସେ ତାହାଙ୍କୁ କିପରି ସ୍ନେହ କରୁଥିଲେ।
37କିନ୍ତୁ ସେମାନଙ୍କ ମଧ୍ୟରେ କେହି କେହି କହିଲେ, ଏହି ଯେଉଁ ବ୍ୟକ୍ତି ସେହି ଅନ୍ଧବ୍ୟକ୍ତିର ଆଖି ଫିଟାଇଥିଲେ, ସେ କଅଣ ଏହାର ମୃତ୍ୟୁ ମଧ୍ୟ ନିବାରଣ କରିପାରି ନ ଥାଆନ୍ତେ?
38ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।