ଯୋହନ 11

କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”

John 11:4 (UKJV) When Jesus heard that, he said, This sickness is not unto death, but for the glory of God, that the Son of God might be glorified thereby.

2ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ।

3ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।

4କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”

5ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।

6ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.