38ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।
39ଯୀଶୁ କହିଲେ, “ଏହି ପଥର ଘୁଞ୍ଚାଇଦିଅ।” ମୃତ ବ୍ୟକ୍ତିଙ୍କ ଭଉଣୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି।
40ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।
41ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।
42ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।”