43ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।”
44ମୃତ ଲୋକଟି ବାହାରି ଆସିଲେ; ତାହାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାହାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା। ଯୀଶୁ ସେମାନଙ୍କୁ କହିଲେ, “ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ।”
45ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
46ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ।
47ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।