ଯୋହନ 11

ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ।

John 11:46 (UKJV) But some of them went their ways to the Pharisees, and told them what things Jesus had done.

44ମୃତ ଲୋକଟି ବାହାରି ଆସିଲେ; ତାହାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାହାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା। ଯୀଶୁ ସେମାନଙ୍କୁ କହିଲେ, “ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ।”

45ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;

46ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ।

47ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।

48ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.