45ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
46ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ।
47ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କଅଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।
48ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।
49କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;