ଯୋହନ 11

ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।

John 11:5 (UKJV) Now Jesus loved Martha, and her sister, and Lazarus.

3ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।

4କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”

5ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।

6ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ।

7ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, “ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦିୟା ପ୍ରଦେଶକୁ ଯିବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.