ଯୋହନ 11

ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,

John 11:51 (UKJV) And this spoke he not of himself: but being high priest that year, he prophesied that Jesus should die for that nation;

49କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;

50ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ।

51ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,

52ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।

53ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.