53ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।
54ଅତଏବ, ଯୀଶୁ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଇଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ।
55ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ।
56ସେଥିରେ ସେମାନେ ଯୀଶୁଙ୍କର ଅନ୍ୱେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
57ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।