8ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।”
9ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାହାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ।
10କିନ୍ତୁ ଲାଜାରଙ୍କୁ ମଧ୍ୟ ବଧ କରିବା ନିମନ୍ତେ ପ୍ରଧାନ ଯାଜକମାନେ ମନ୍ତ୍ରଣା କଲେ,
11କାରଣ ତାହାଙ୍କ ଯୋଗୁଁ ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଯାଇ ଯୀଶୁଙ୍କଠାରେ ବିଶ୍ୱାସ କରୁଥିଲେ।
12ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମ ସହରକୁ ଆସୁଅଛନ୍ତି ବୋଲି ଶୁଣି