10କିନ୍ତୁ ଲାଜାରଙ୍କୁ ମଧ୍ୟ ବଧ କରିବା ନିମନ୍ତେ ପ୍ରଧାନ ଯାଜକମାନେ ମନ୍ତ୍ରଣା କଲେ,
11କାରଣ ତାହାଙ୍କ ଯୋଗୁଁ ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଯାଇ ଯୀଶୁଙ୍କଠାରେ ବିଶ୍ୱାସ କରୁଥିଲେ।
12ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମ ସହରକୁ ଆସୁଅଛନ୍ତି ବୋଲି ଶୁଣି
13ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, “ହୋଶାନ୍ନା।” “ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।”
14ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖାଅଛି,