12ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମ ସହରକୁ ଆସୁଅଛନ୍ତି ବୋଲି ଶୁଣି
13ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, “ହୋଶାନ୍ନା।” “ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।”
14ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖାଅଛି,
15ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
16ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା।