ଯୋହନ 12

ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ।

John 12:18 (UKJV) For this cause the people also met him, for that they heard that he had done this miracle.

16ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା।

17ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ।

18ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ।

19ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି।

20ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍‍ ଲୋକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.