ଯୋହନ 12

ସେମାନେ ଗାଲିଲୀସ୍ଥ ବେଥ୍‌ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।

John 12:21 (UKJV) The same came therefore to Philip, which was of Bethsaida of Galilee, and desired him, saying, Sir, we would see Jesus.

19ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି।

20ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍‍ ଲୋକ ଥିଲେ।

21ସେମାନେ ଗାଲିଲୀସ୍ଥ ବେଥ୍‌ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।

22ଫିଲିପ୍ପ ଯାଇ ଆନ୍ଦ୍ରିୟଙ୍କୁ କହିଲେ, ପୁଣି, ଆନ୍ଦ୍ରିୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ।

23ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.