20ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ।
21ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।
22ଫିଲିପ୍ପ ଯାଇ ଆନ୍ଦ୍ରିୟଙ୍କୁ କହିଲେ, ପୁଣି, ଆନ୍ଦ୍ରିୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ।
23ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।
24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।