21ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।
22ଫିଲିପ୍ପ ଯାଇ ଆନ୍ଦ୍ରିୟଙ୍କୁ କହିଲେ, ପୁଣି, ଆନ୍ଦ୍ରିୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ।
23ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।
24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।
25ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ।