ଯୋହନ 12

ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ।

John 12:25 (UKJV) He that loves his life shall lose it; and he that hates his life in this world shall keep it unto life eternal.

23ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।

24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।

25ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ।

26କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”

27“ଏବେ ମୋହର ପ୍ରାଣ ଉଦ୍‌ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.