ଯୋହନ 12

ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜ୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି।

John 12:29 (UKJV) The people therefore, that stood by, and heard it, said that it thundered: others said, An angel spoke to him.

27“ଏବେ ମୋହର ପ୍ରାଣ ଉଦ୍‌ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।

28ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।

29ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜ୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି।

30ଯୀଶୁ ଉତ୍ତର ଦେଲେ, “ମୋʼ ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି।

31ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.