31ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।
32ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।
33ସେ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ଏହା କହିଲେ।”
34ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?
35ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।