35ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।
36ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ୱାସ କର।” ଯୀଶୁ ଏହିସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ।
37କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,
38ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?”
39ଏହି କାରଣରୁ ସେମାନେ ବିଶ୍ୱାସ କରିପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,