38ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?”
39ଏହି କାରଣରୁ ସେମାନେ ବିଶ୍ୱାସ କରିପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
40“ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”
41ଯିଶାଇୟ ଏହିସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ।
42ତଥାପି ଯିହୁଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,