44ଯୀଶୁ ଉଚ୍ଚସ୍ୱରରେ କହିଲେ, “ଯେ ମୋʼ ଠାରେ ବିଶ୍ୱାସ କରେ, ସେ କେବଳ ମୋʼ ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;
45ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ।
46ଯେ କେହି ମୋʼ ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
47କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି।
48ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।