48ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।
49କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
50ପୁଣି, ତାହାଙ୍କ ଆଜ୍ଞା ଯେ ଅନନ୍ତ ଜୀବନ, ଏହା ମୁଁ ଜାଣେ। ଅତଏବ, ମୁଁ ଯେ ଯେ କଥା କହେ, ପିତା ମୋତେ ଯେପରି କହିଅଛନ୍ତି, ସେହିପରି କହେ।”