ଯୋହନ 13

କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାହାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ।

John 13:11 (UKJV) For he knew who should betray him; therefore said he, All of you are not all clean.

9ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।

10ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।”

11କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାହାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ।

12ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ?

13ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.