12ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ?
13ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।
14ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।
15କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
16ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।