14ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।
15କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
16ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
17ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।
18ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।