ଯୋହନ 13

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”

John 13:20 (UKJV) Verily, verily, I say unto you, He that receives whomsoever I send receives me; and he that receives me receives him that sent me.

18ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।

19ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି।

20ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”

21ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍‌ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”

22ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.