26ତେଣୁ ଯୀଶୁ ଉତ୍ତର ଦେଲେ, “ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ।” ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ।
27ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”
28କିନ୍ତୁ ସେ କି ଉଦ୍ଦେଶ୍ୟରେ ତାହାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।
29କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାହାକୁ କହିଲେ ବୋଲି କେହି କେହି ମନେ କଲେ।
30ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍କ୍ଷଣାତ୍ ବାହାରିଗଲା, ସେତେବେଳେ ରାତ୍ରିକାଳ।