27ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”
28କିନ୍ତୁ ସେ କି ଉଦ୍ଦେଶ୍ୟରେ ତାହାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।
29କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାହାକୁ କହିଲେ ବୋଲି କେହି କେହି ମନେ କଲେ।
30ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍କ୍ଷଣାତ୍ ବାହାରିଗଲା, ସେତେବେଳେ ରାତ୍ରିକାଳ।
31ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, “ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ବର ମହିମାନ୍ୱିତ ହେଲେ।