1ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
2ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
3ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,
4ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ।
5ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।