ଯୋହନ 13

ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।

John 13:32 (UKJV) If God be glorified in him, God shall also glorify him in himself, and shall immediately glorify him.

30ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ।

31ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, “ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ବର ମହିମାନ୍ୱିତ ହେଲେ।

32ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।

33ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।

34ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.