ଯୋହନ 13

ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”

John 13:35 (UKJV) By this shall all men know that all of you are my disciples, if all of you have love one to another.

33ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।

34ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।

35ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”

36ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ।”

37ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.