4ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ।
5ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
6କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି?
7ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।”
8ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।”